ଭୂବନେଶ୍ୱର, ୧୯/୦୯/୨୦୨୨ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏ ବ୍ୟାପିଛି।ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।ସେପରି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆଗାମୀ ୭୨ ଘଣ୍ଟା ଯାଏ ରାଜ୍ୟରେ କିଛି ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।