କଟକ, ୩୧/୧୦/୨୦୨୨: ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।ଆଇଜି (ହେର୍ଡ କ୍ୱାର୍ଟର) ଶ୍ରୀ ଏସ୍. ଦେବଦତ୍ତ ସିଂ ମୁଖ୍ୟ ଅତିଥ୍ ଭାବେ ଯୋଗ ଦେଇ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ବଜାୟ ରଖିବା ପାଇଁ କାର୍ଯ୍ୟ କରିବାକୁ ଶପଥ ପାଠ କରାଇଥିଲେ | ସୂଚନାଯୋଗ୍ୟ ଯେ, ସ୍ବାଧୀନ ଭାରତର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ତଥା ଗୃହମନ୍ତ୍ରୀ ସ୍ବର୍ଗତ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଦିବସ ଅକ୍ଟୋବର ୩୧ ତାରିଖକୁ ଦେଶବ୍ୟାପୀ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଏ ।ଏହି ଶପଥ ପାଠ କାର୍ଯ୍ୟକ୍ରମରେ କାର୍ଯ୍ୟାଳୟର ବରିଷ୍ଠ ପୋଲିସ ଅଧିକାରୀ,ସମସ୍ତ ସଂସ୍ଥା ଅଧିକାରୀ,ଉପବିଭାଗ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।