ସମ୍ବଲପୁର କେନ୍ଦ୍ରୀୟ ବିଦ୍ୟାଳୟ – ୨ ଏବଂ ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ରେ ପରୀକ୍ଷାମୂଳକ ଭାବେ ଆରମ୍ଭ ହେଲା ବାଲ୍ ବାଟିକା

0
208

ଭୁବନେଶ୍ୱର,୧୮/୧୧/୨୦୨୨: ସମ୍ବଲପୁର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ନଂ ୨ ଏବଂ ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ପରୀକ୍ଷାମୂଳକ ଭାବରେ ବାଲବାଟିକା ଶୁଭାରମ୍ଭ କରାଯାଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଦ୍ୱାରା ଏହି ଦୁଇ ସ୍କୁଲରେ ବାଲବାଟିକାର ଶୁଭାରମ୍ଭ କରାଯାଇଛି । ଜାତୀୟ ଶିକ୍ଷା ନୀତି କ୍ରିୟାନ୍ୱୟନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଶିତ ଭାରତ କଳ୍ପନାରେ ଏହା ଏକ ବଡ଼ ପଦକ୍ଷେପ । ଆଦ୍ୟ ଶୈଶବ ଯତ୍ନ ଏବଂ ଶିକ୍ଷା ପ୍ରଦାନ କରିବାରେ ବାଲବାଟିକା ହେଉଛି ଜାତୀୟ ଶିକ୍ଷା ନୀତିର ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ।ବାଲବାଟିକା, ଏକବିଂଶ ଶତାବ୍ଦୀରେ ଭାରତର ଭାଗ୍ୟ ନିର୍ଦ୍ଧାରଣ କରିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

ଗତ ଅକ୍ଟୋବର ୨୦ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରୀକ୍ଷାମୂଳକ ଭାବରେ ସମଗ୍ର ଭାରତ ବର୍ଷରେ ୫୦ଟି କେନ୍ଦ୍ରୀୟ ବିଦ୍ୟାଳୟ(କେଭି)ରେ ବାଲବାଟିକାର ଶୁଭାରମ୍ଭ କରିଥିଲେ । ଆଗାମୀ ଶିକ୍ଷା ବର୍ଷରେ ବାଲବାଟିକା ଦେଶର ସମସ୍ତ ସିବିଏସଇ ସ୍କୁଲରେ କାର୍ଯ୍ୟକାରୀ କରାଯିବାର ଯୋଜନା ରହିଛି । ରାଜ୍ୟରେ ଥିବା ସ୍କୁଲ ଗୁଡ଼ିକରେ ବାଲବାଟିକାକୁ କାର୍ଯ୍ୟକାରୀ କରିବା ପାଇଁ ବିଚାରବିମର୍ଷ କରାଯିବ । ଆସନ୍ତା କିଛି ବର୍ଷ ମଧ୍ୟରେ ଶତପ୍ରତିଶତ ୩ ବର୍ଷ ବୟସରୁ ଶିଶୁଙ୍କୁ ସ୍କୁଲ ଶିକ୍ଷାରେ ଅଣାଯିବା ନେଇ ଭାରତ ସରକାର କାର୍ଯ୍ୟ କରୁଛନ୍ତି ।

LEAVE A REPLY

Please enter your comment!
Please enter your name here