ଆସନ୍ତା ୨୮ରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା। କନ୍ଧମାଳ ଏବଂ ପୁରୀ ଲୋକସଭାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ନଡ୍ଡା : ଡ.ଲେଖାଶ୍ରୀ

0
164

ଭୁବନେଶ୍ୱର, ତା.୨୩/୧୨: ଆସନ୍ତା ୨୮ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା । ଗସ୍ତ ଅବସରରେ ଶ୍ରୀ ନଡ୍ଡା କନ୍ଧମାଳ ଓ ପୁରୀ ଲୋକସଭା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଜ୍ୟ ସାଧାରଣ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ।

ପାର୍ଟୀର ସଂଗଠନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶ୍ରୀ ନଡ୍ଡା କାର୍ଯ୍ୟକର୍ତାଙ୍କ ସହ ଆଲୋଚନା କରିବେ । ଏଥି ସହ ଗତ ୮ବର୍ଷ ଶାସନରେ ମୋଦୀ ସରକାର ଓଡ଼ିଶା ଏବଂ ଓଡିଶାବାସୀଙ୍କ କଲ୍ୟାଣ ପାଇଁ ଲାଗୁ କରିଥିବା ବିଭିନ୍ନ ଜନକଲ୍ୟାଣ ଯୋଜନା ଓ ବିକାଶମୁଳକ କାର୍ଯ୍ୟ ସଂପର୍କରେ ଆଲୋଚନା କରିବା ସହିତ ତୃଣମୂଳ ସ୍ତରରେ ଏହାର କାର୍ଯ୍ୟକାରିତାକୁ ପହଂଚାଇବାର ଆଲୋଚନା କରିବେ ବୋଲି ଡ.ଲେଖାଶ୍ରୀ ସୁଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here