ରାଜ୍ୟ ବିଜେପି ପଦାଧିକାରୀ ବୈଠକ।ରାଜ୍ୟର ବିକାଶ ପାଇଁ ଡବଲ୍ ଇଞ୍ଜିନ ସରକାରର ଆବଶ୍ୟକ: ଡ.ଲେଖାଶ୍ରୀ

0
138

ଭୁବନେଶ୍ୱର,୨୧/୦୧/୨୦୨୩: ଆଜି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ସାଂପ୍ରତିକ ଓ ରାଜନୈତିକ ପ୍ରସଙ୍ଗ ସମେତ ସଂଗଠନ ସଂପର୍କରେ ଏହି ବୈଠକରେ ଆଲୋଚନା କରାଯାଇଥିଲା । ବିଶେଷ ଭାବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଚଂଚକତା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧୀକରଣ ରାଜନୀତି, ଚାଷୀ ଓ ଚାଷ ସମସ୍ୟା, ମହିଳା ଓ ଶିଶୁ ନିର୍ଯ୍ୟାତନା ବୃଦ୍ଧି, ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ବେରୋଜଗାର ସମସ୍ୟା, ବିପର୍ଯ୍ୟସ୍ତ ଜଳସେଚନ ବ୍ୟବସ୍ଥା, ବ୍ୟାପକ ଦୁର୍ନୀତି, ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା, ପାନୀୟ ଜଳ ସମସ୍ୟା, ଅହେତୁକ ବିଦ୍ୟୁତ ଶୁଳ୍କ ବୃଦ୍ଧି ଆଦି ଘଟଣା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତାକୁ ନେଇ ଆଜିର ଏହି ପଦାଧିକାରୀ ବୈଠକରେ ଚିନ୍ତା ପ୍ରକଟ କରାଯାଇଛି । ରାଜ୍ୟର ବିକାଶ ପାଇଁ ଡବଲ୍ ଇଂଜିନ ସରକାରର ନିହାତି ଆବଶ୍ୟକ । ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଥିବା ପୂର୍ଣ୍ଣାଙ୍ଗ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏ ସମସ୍ତ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯାଇ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି ।
ରାଜ୍ୟର ଗରୀବ ପରିବାର ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମୋଦି ସରକାର ବର୍ତମାନ ସୁଦ୍ଧା ପାଖାପାଖି ୨୮ ଲକ୍ଷ ପକ୍କାଘର ଆବଂଟନ କରିଛନ୍ତି । ରାଜ୍ୟର ୩ କୋଟି ୨୬ ଲକ୍ଷ ଲୋକଙ୍କୁ ମାଗଣା ଚାଉଳ ପ୍ରଦାନ, ମହିଳା ସଶକ୍ତୀକରଣ ପାଇଁ ସ୍ୱୟଂ ସହାୟିକା ଗୋଷ୍ଠୀ ଜରିଆରେ ପର୍ଯ୍ୟାପ୍ତ ପରିମାଣର ଆର୍ଥିକ ସହାୟତା, ପିଏମ-କିଶାନ ଯୋଜନାରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ, ରେଳ–ସଡକ-ଆକାଶପଥ ସେବାରେ ଓଡିଶାକୁ ବିଶେଷ ପ୍ରାଧାନ୍ୟ ଦେବା, ୫-ଜି ସେବା, ମୋବାଇଲ ଟାୱ।।ର ନିର୍ମାଣ ଆଦି କେନ୍ଦ୍ର ସରକାରଙ୍କ ସ୍ୱାଗତଯୋଗ୍ୟ ପଦକ୍ଷେପ ପାଇଁ ଆଜି ପଦାଧିକାରୀ ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି ବୋଲି ଡ.ଲେଖାଶ୍ରୀ କହିଛନ୍ତି ।
ଆଜିର ଏହି ବୈଠକରେ ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନ୍ଦେଶ୍ୱରୀ, ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ୍ ସିଂହ ତୋମାର, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ରବି ନାଏକ, ଗୋଲକ ମହାପାତ୍ର ସମେତ ସମସ୍ତ ରାଜ୍ୟ ପଦାଧିକାରୀ ଓ ମୋର୍ଚ୍ଚା ସଭାପତିମାନେ ଯୋଗ ଦେଇଥିଲେ । ଏହା ପରେ ଜିଲ୍ଲା ସଭାପତି ଓ ପ୍ରଭାରୀମାନଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

LEAVE A REPLY

Please enter your comment!
Please enter your name here