ଦୁଇ ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ଶ୍ରମ ମନ୍ତ୍ରୀ

0
101

ପୋଲସରା/ବୁଗୁଡା, ୧୧/୦୨/୨୦୨୩: ଗଞ୍ଜାମ ଜିଲ୍ଲାର ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦୁଇ ମୃତକଙ୍କ ପରିବାରକୁ ମାନ୍ୟବର ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଭେଟି ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ବ୍ଲକ କଳମ୍ବ ଗ୍ରାମର ଶଙ୍କର ବାୟକଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଖବର ଜାଣିବା ପରେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଫେବୃଆରୀ ୧୧ ତାରିଖ ଦିନ ସକାଳେ ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହିପରି ବୁଗୁଡା ବ୍ଲକ ପଙ୍କଳବାଡ଼ି ଗ୍ରାମର ଅମର ସ୍ବାଇଁଙ୍କ ମାତ୍ର ୩୫ ବର୍ଷ ବୟସରେ ମୃତ୍ୟୁ ହୋଇଥିଲା। ଏହା ଜାଣିବା ପରେ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଫେବୃଆରୀ ୧୧ ତାରିଖ ସନ୍ଧ୍ୟାରେ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।
ରିପୋର୍ଟ: ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here