ବୁଗୁଡା ମେଡ଼ିକାଲ ରୋଗୀ କଲ୍ୟାଣ ସମିତି ବୈଠକ

0
131

ବୁଗୁଡା, ୦୪/୦୩/୨୦୨୩: ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସଭାଗୃହରେ ରୋଗୀ କଲ୍ୟାଣ ସମିତି ବୈଠକ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ମାର୍ଚ୍ଚ ୩ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସୁପରିଟେଣ୍ଡଟ ଡାକ୍ତର ଶୁଭାଶିଷ ପାଣିଗ୍ରାହୀ ସ୍ୱାଗତ ଭାଷଣ ସହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ବିଶେଷ କରି ନୂତନ ଜେନେରେଟର କ୍ରୟ, ସେପ୍ଟି ଲାଟିନ ନିର୍ମାଣ, ନୂତନ ପ୍ରବେଶ ଦ୍ୱାର ନିର୍ମାଣ, ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ବିଦ୍ୟୁତ ଲାଇନ ମରାମତି ସହ ଅନ୍ୟାନ୍ୟ ବିଷୟରେ ଆଲୋଚନା ହୋଇଥିଲା। ବୈଠକରେ ରୋଗୀ କଲ୍ୟାଣ ସମିତିର ମେମ୍ବର ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରି, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା, ଏନଏସି ଉପାଧ୍ୟକ୍ଷା ଗୀତାଞ୍ଜଳୀ ପାଢ଼ୀ, ବିପିଏମ ବିଶ୍ଵଜିତ ପ୍ରଧାନ, ବିବେକାନନ୍ଦ ବାରିକ ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ସଦସ୍ୟ ବୃନ୍ଦ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

LEAVE A REPLY

Please enter your comment!
Please enter your name here