ବୁଗୁଡା, ୦୧/୦୪/୨୦୨୩ : ବୁଗୁଡା ଏନଏସି ରେ ପ୍ରତିଷ୍ଠିତ ଇଂରାଜୀ ମାଧ୍ୟମ ଶିକ୍ଷାନୁଷ୍ଠାନ ବିରଞ୍ଚି ନାରାୟଣ ପବ୍ଲିକ ସ୍କୁଲରେ ଏପ୍ରିଲ ୧ ତାରିଖ ଦିନ ଉତ୍କଳ ଦିବସ ଓ ସ୍ଵନକ୍ଷେତ୍ର ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନ ଟ୍ରଷ୍ଟର ସଭାପତି ଏ.ଚନ୍ଦନ ଚର୍ଚ୍ଚିତ ପାତ୍ର ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା , ଟ୍ରଷ୍ଟର ନ୍ୟାସୀ ଏ.ଜାନକିରାଣୀ ପାତ୍ର,ଓ ଉପଦେଷ୍ଟା ସୁରେଶ ଚନ୍ଦ୍ର ଦାଶ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରଥମେ ଓଡିଶାର ବରପୁତ୍ର ଓ ବିରଞ୍ଚି ନାରାୟଣ ପବ୍ଲିକ ସ୍କୁଲର ପ୍ରତିଷ୍ଠାତା ସ୍ବର୍ଗତ ଏ.ବାଳକୃଷ୍ଣ ପାତ୍ରଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା। ଶିକ୍ଷାନୁଷ୍ଠାନର ପ୍ରିନ୍ସପାଲ ସ୍ୱାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଅତିଥି ବୃନ୍ଦ, ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ବୃନ୍ଦ ଉତ୍କଳ ଦିବସ ଉପଲକ୍ଷେ ବକ୍ତବ୍ୟ ପ୍ରଦାନ କରିଥିଲେ।
ରିପୋର୍ଟ: ଅନିଲ କୁମାର ମହାରଣା