ବ୍ରହ୍ମପୁର ପୋଲିସ ପକ୍ଷରୁ ୮୮ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

0
191

ବ୍ରହ୍ମପୁର,୦୧/୦୪/୨୦୨୩: ସ୍ଥାନୀୟ ଆମ୍ବପୁଆ ସ୍ଥିତ ରିଜର୍ଭ ପୋଲିସ ପଡିଆ ଠାରେ ୮୮ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବ୍ରହ୍ମପୁର ପୋଲିସ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଡା.ସର୍ବଣା ବିବେକ ଏମ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରତିଷ୍ଠା ଦିବସ ରେ ଦକ୍ଷିଣାଞ୍ଚଳ ଆରକ୍ଷୀ ମହାନିରୀକ୍ଷକ ସତ୍ୟବ୍ରତ ଭୋଇ ମୂଖ୍ୟ ଅତିଥି ରୂପେ ଯୋଗ ଦେବା ସହ ବ୍ରହ୍ମପୁର ଜିଲ୍ଲା ପୋଲିସ ବାହିନୀ ଦ୍ବାରା ଅନୁଷ୍ଠିତ ପ୍ୟାରେଡ଼ ଉତ୍ସବରେ ଅଭିବାଦନ ଗ୍ରହଣ କରିଥିଲେ।ଏହି ଅବସରରେ ବ୍ରହ୍ମପୁର ପୋଲିସ ଜିଲ୍ଲା ର ସମସ୍ତ ପୋଲିସ ଅଧିକାରୀ ଏବଂ କର୍ମଚାରୀ ଯୋଗ ଦେଇଥିଲେ।

LEAVE A REPLY

Please enter your comment!
Please enter your name here