ଅପ୍ରେଲ ୧୭ରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀର ପାଠପଢ଼ା ସକାଳ ସାଢେ ୬ ରୁ ଦିନ ୧୧ଟା ପର୍ଯ୍ୟନ୍ତ ହେବ

0
197

ଭୁବନେଶ୍ୱର, ୧୫/୦୪/୨୦୨୩:
ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଅପ୍ରେଲ ୧୭ରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ ।ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖୁ ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ବିଦ୍ୟାଳୟ ମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ । ପୁନଶ୍ଚ, ବିଦ୍ୟାଳୟ ଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷ ଯତ୍ନବାନ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ସୁଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here