ବିଜେପିର ଭୋଟ୍ ହାର ବୃଦ୍ଧି ପାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ଧନ୍ୟବାଦ – ଧର୍ମେନ୍ଦ୍ର ପ୍ରଧାନ

0
183

ଭୁବନେଶ୍ୱର, ୧୩/୦୫/୨୦୨୩: ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳକୁ ସ୍ୱୀକାର କରିବା ସହ ବିଜେପିର ଭୋଟ ହାର ବୃଦ୍ଧି ପାଇଁ ଝାରସୁଗୁଡ଼ାବାସୀ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଟ୍ୱିଟ୍ ମାଧ୍ୟମରେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳକୁ ଆମେ ସ୍ୱୀକାର କରୁଛୁ । ପୂର୍ବ ନିର୍ବାଚନ ଅପେକ୍ଷା ଚଳିତ ଉପନିର୍ବାଚନରେ ଆମ ଦଳର ଭୋଟ ହାର ବୃଦ୍ଧି ପାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ଧନ୍ୟବାଦ । ଏହି ନିର୍ବାଚନରେ ଆମ ଦଳର କାର୍ଯ୍ୟକର୍ତ୍ତାମାନେ ଅକ୍ଳାନ୍ତ ପରିଶ୍ରମ କରି ଭୋଟ ହାର ବଢାଇ ଥିବାରୁ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଧନ୍ୟବାଦ ।

ଆମ ଦଳର ଯୁବ ନେତା ଟଙ୍କଧର ତ୍ରିପାଠୀଙ୍କ ଉପରେ ଭରସା ରଖି ଝାରସୁଗୁଡ଼ାବାସୀ ଯେଉଁ ଆଶୀର୍ବାଦ ପ୍ରଦାନ କରିଛନ୍ତି, ଆଗାମୀ ଦିନରେ ସେ ଜନସାଧାରଣଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବେ ବୋଲି ମୋର ଦୃଢ଼ ବିଶ୍ୱାସ । ଦଳର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନା ସମେତ ଲୋକସମ୍ପର୍କ ମାଧ୍ୟମରେ ଜନସାଧାରଣଙ୍କ ବିଶ୍ୱାସ ହାସଲ କରିବା ପାଇଁ ଚେଷ୍ଟା କରିବୁ । ବିଜୟୀ ହୋଇଥିବା ଦୀପାଳି ଦାସଙ୍କୁ ଶ୍ରୀ ପ୍ରଧାନ ଅଭିନନ୍ଦନ ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here