ଘଟଗାଁ ରାସ୍ତା ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ୧୨ ଆହତ । ମୃତକ ଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଆହତ ଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

0
189

ଭୁବନେଶ୍ବର,୦୧/୧୨/୨୦୨୩:

ଆଜି ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।ଏହି ଦୁର୍ଘଟଣାରେ ଆହତ ୧୨ ଜଣ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।ମୃତାହତ ସମସ୍ତ ବ୍ୟକ୍ତି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଂଚଳର ବୋଲି ଜଣାପଡିଛି।

LEAVE A REPLY

Please enter your comment!
Please enter your name here