ଭୁବନେଶ୍ୱର,୦୪/୦୧/୨୦୨୪:ଶିକ୍ଷାରେ ସମାନତା, ଓ ଉତ୍କର୍ଷ ଆଣିବା ସହ ଶିକ୍ଷାକୁ ସୁଦୂର ପ୍ରସାରୀ କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ଦ୍ଵାରା ମହାବିଦ୍ୟାଳୟ ନଥିବା ୧୮ ଗୋଟି ବ୍ଲକରେ କଳା ବିଭାଗର ସ୍ନାତକ ସ୍ତରୀୟ (ଯୁକ୍ତ-୩) ମହାବିଦ୍ୟାଳୟ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି । ୨୦୨୪-୨୫ ଶିକ୍ଷାବର୍ଷରୁ ଏହି ମହାବିଦ୍ୟାଳୟ ଗୁଡ଼ିକରେ ଶିକ୍ଷାଦାନ ଆରମ୍ଭ କରାଯିବ ।ଗଜପତିର ଗୁମ୍ମା, ଗଞ୍ଜାମର ଧରକୋଟ, କଳାହାଣ୍ଡିର ଥୁଆମୂଳ-ରାମପୁର, କନ୍ଧମାଳର ଖଜୁରିପଡ଼ା, କୋରାପୁଟର
ବନ୍ଧୁଗାଁ, ନାରାୟଣପାଟଣା, ମାଲକାନଗିରିର ଚିତ୍ରକୋଣ୍ଡା, ମୟୁରଭଞ୍ଜର ତିରିଂ, ନବରଙ୍ଗପୁରର ତେନ୍ତୁଳିଖୁଣ୍ଟି, କୋଷଗୁମୁଡ଼ା,
ଝରିଗାଁ, ରାଇଗଡ଼, ରାୟଗଡ଼ାର କାଶିପୁର, ରାମନାଗୁଡ଼ା, ଚନ୍ଦ୍ରପୁର, ସୁନ୍ଦରଗଡ଼ର ନୂଆଗାଁ, ଗୁରୁଣ୍ଡିଆ, କୁଆଁରମୁଣ୍ଡା ଆଦି
ବ୍ଲକରେ ସ୍ନାତକ ମହାବିଦ୍ୟାଳୟ ଖୋଲାଯିବ । ଏହିସବୁ ମହାବିଦ୍ୟାଳୟ ଗୁଡ଼ିକ ନିମନ୍ତେ ବ୍ଲକ ହେଡ଼ କ୍ୱାର୍ଟର ଠାରୁ ୫କିମି
ପରିସୀମା ଭିତରେ ୧୦ ଏକର ଜମି ଯୋଗାଇଦେବାକୁ ସେହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀଯୁକ୍ତ ଅରବିନ୍ଦ ଅଗ୍ରୱାଲ ନିର୍ଦ୍ଦେଶ ଦେଇଛନ୍ତି । ମହାବିଦ୍ୟାଳୟଗୁଡ଼ିକର ନିଜସ୍ଵ ଭିତ୍ତିଭୂମି ବିକାଶ ନହେବା ପର୍ଯ୍ୟନ୍ତ ଅସ୍ଥାୟୀ ଗୃହରେ ଶିକ୍ଷାଦାନ କରାଯିବ ।






