ବିଜେପି ର ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ପ୍ରଭାରୀ ଓ ସହପ୍ରଭାରୀ ତାଲିକା ଘୋଷଣା।ଓଡ଼ିଶା ପାଇଁ ରାଜ୍ୟ ପ୍ରଭାରୀ ଭାବେ ବିଜୟ ପାଲ ସିଂହ ତୋମାର ଏବଂ ସହପ୍ରଭାରୀ ଭାବେ ଲତା ଉସେଣ୍ଡିଙ୍କୁ ଦାୟିତ୍ୱ ପ୍ରଦାନ

0
24

ଭୁବନେଶ୍ୱର,୨୭/୦୧/୨୦୨୪: ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡାଜୀ ଆଜି ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନାମ ତାଲିକା ଘୋଷଣା କରିଛନ୍ତି । ଓଡ଼ିଶା ପାଇଁ ଶ୍ରୀ ବିଜୟ ପାଲ ସିଂହ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦେଇଥିବାବେଳେ ଶ୍ରୀମତୀ ଲତା ଉସେଣ୍ଡିଙ୍କୁ ସହପ୍ରଭାରୀ ଦାୟିତ୍ୱ ଦେଇଛନ୍ତି । ଶ୍ରୀ ତୋମାର ଉତର ପ୍ରଦେଶରୁ ସାଂସଦ ଏବଂ ଶ୍ରୀମତୀ ଉସେଣ୍ଡି ଛତିଶଗଡରେ ବିଧାୟକଭାବେ ନିର୍ବାଚିତ ହୋଇଛନ୍ତି । ଉଭୟ ରାଜ୍ୟରେ ବିଜେପି ସରକାର ଗଠନରେ ଶ୍ରୀ ତୋମାର ଓ ଶ୍ରୀମତୀ ଲତା ଉସେଣ୍ଡିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା । ଏହି ୨ଜଣଙ୍କ ରାଜନୈତିକ ଏବଂ ସାଂଗଠନିକ ଦକ୍ଷତା ଓଡିଶାରେ ବିଜେପି ସରକାର ଗଠନ କରିବାର ବେଶ୍ ସହାୟକ ହେବ । ଓଡିଶା ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଓ ସହ-ପ୍ରଭାରୀ ଲତା ଉସେଣ୍ଡିଙ୍କୁ ରାଜ୍ୟ ସଭାପତି ମନମୋହନ ସାମଲ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ।

ସରକାର ଗଠନ ପାଇଁ ଏଭଳି ଦକ୍ଷ ନେତାଙ୍କୁ ଓଡ଼ିଶା ପାଇଁ ଚୟନ କରିଥିବାରୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଜୀଙ୍କୁ ରାଜ୍ୟ ସଭାପତି ଶ୍ରୀ ସାମଲ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହାସହ ଓଡ଼ିଶାରେ ବିଜେପି ସରକାର ଗଠନ କରିବ ବୋଲି ଶ୍ରୀ ସାମଲ ଦୃଢ଼କ୍ତି ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here