ପୋଲସରା ୨୮/୧/୨୩ ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ହାଇସ୍କୁଲ୍ ପରିସରରେ ଜାନୁଆରୀ ୨୮ ତାରିଖ ଦିନ “ଆମ ଓଡ଼ିଶା, ନବୀନ ଓଡିଶା” ଆନୁକୂଲ୍ୟରେ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ପୋଲସର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଚନ୍ଦ୍ର ଜାନୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଓଡିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ କରିଥିଲେ। ଆଜିର ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଆଲୋକପାତ କରିବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଭଗବାନ ସାହୁ, ସମିତିସଭ୍ୟ ରଞ୍ଜନ କୁମାର ସାହୁ, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ ଓ ଝୁନୁ ଦାସ, ଆଇପିଓ ପୁଷ୍ପାପ୍ରିୟା ବେହେରା, ସିପି କବିରାଜ ପ୍ରଧାନ ଯୋଗଦେଇଥିଲେ। ଜିପିଓ ଆଦିତ୍ୟ ନାୟକ ସଂଯୋଜନା କରିଥିବା ବେଳେ ପଞ୍ଚାୟତ ପିଇଓ ହେମନ୍ତ କୁମାର ପଣ୍ଡା ଓ ଜିଆରଏସ ସଞ୍ଜୟ ନାୟକ ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ମହିଳା ଗୋଷ୍ଠୀଙ୍କୁ ବିନା ସୁଧରେ ଋଣ ବାବଦକୁ ଚେକ ପ୍ରଦାନ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବା ସହ ଅଙ୍ଗନବାଡ଼ି, ସିଆରପି, ଏମ୍ ବି କେ, ବ୍ୟାଙ୍କ ମିତ୍ର ଓ ଛାତ୍ରଛାତ୍ରୀ ମାନଙ୍କୁ ସମ୍ମାନୀତ କରାଯାଇଥିଲା।