ବୁଗୁଡା ୩୧/୦୧/୨୦୨୪: ବୁଗୁଡ଼ା ବ୍ଲକ ଅନ୍ତର୍ଗତ କରଚୁଲି ପଞ୍ଚାୟତରେ ଜାନୁଆର ୩୧ ତାରିଖ ଦିନ “ଆମ ଓଡ଼ିଶା ନବୀନ ଓଡିଶା” ଆନୁକୂଲ୍ୟରେ ଓଡିଶା ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କରଚୁଲି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ବୁଗୁଡ଼ା ଜିପିଓ ମନୋଜ କୁମାର ସାହୁ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବା ସହ ଓଡିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ କରିଥିଲେ। ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ. ପ୍ରିୟଦର୍ଶିନୀ ଆଚାରୀ, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଜିଲ୍ଲା ପରିଷଦ ମେମ୍ବର ଚାନ୍ଦିନୀ ନାୟକ, ସରପଞ୍ଚ ସାବିତ୍ରୀ ନାୟକ ଓ ସମିତି ମେମ୍ବର ଯୋଗଦେଇଥିଲେ। ପଞ୍ଚାୟତର ପିଇଓ ଓ ଜିଆରଏସ ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ।