ବୁଗୁଡା, ୦୧/୦୨/୨୦୨୪: ବୁଗୁଡ଼ା ବ୍ଲକ ଅନ୍ତର୍ଗତ କରସିଙ୍ଗି ପଞ୍ଚାୟତରେ ଫେବୃୟାରୀ ୧ ତାରିଖ ଦିନ “ଆମ ଓଡ଼ିଶା ନବୀନ ଓଡିଶା” ଆନୁକୂଲ୍ୟରେ ଓଡିଶା ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କରସିଙ୍ଗି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ବୁଗୁଡ଼ା ଜିପିଓ ମନୋଜ କୁମାର ସାହୁ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବା ସହ ଓଡିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ କରିଥିଲେ। ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ. ପ୍ରିୟଦର୍ଶିନୀ ଆଚାରୀ, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ମଦନ ଗୋପାଳ ଦୋରା, ଜିଲ୍ଲା ପରିଷଦ ମେମ୍ବର ଚାନ୍ଦିନୀ ନାୟକ, ସରପଞ୍ଚ ଜ୍ୟୋତ୍ସ୍ନାରାଣୀ ବିଶ୍ବାଳ, ସମିତି ମେମ୍ବର ଚିକୁ ବାରିକ ଓ ସାଂସଦ ପ୍ରତିନିଧି କବିରାଜ ଗୌଡ଼ ଯୋଗଦେଇଥିଲେ। ପଞ୍ଚାୟତର ପିଇଓ ଓ ଜିଆରଏସ ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ମୁକ୍ତ ସହାୟତା ରାଶି ପ୍ରଦାନ କରିଥିଲେ।