ବୁଗୁଡା, ୦୨/୦୨/୨୦୨୪: ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମର ବନ୍ଧ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଫେବୃୟାରୀ ୨ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଏସଏମସି ସଭାପତି ଓଁ ପାଳ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଚିନ୍ମୟ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲ ଅନୁପ କୁମାର ପଣ୍ଡା ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଏବିଇଓ ସୀମାଞ୍ଚଳ ସେଠୀ, ଶିକ୍ଷାବିତ ତଥା ସାମ୍ବାଦିକ ଅନିଲ କୁମାର ମହାରଣା, ପୂର୍ବତନ ଜିଲ୍ଲା ପରିଷଦ ମେମ୍ବର ଭୁବନେଶ୍ଵରୀ ଖଟେଇ ଓ ଖଦାଳ ଖଟେଇ, ସମାଜସେବୀ ବବୁଲ ନାୟକ, ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା, ମାଣିତରା ସରପଞ୍ଚ ପ୍ରକାଶ ଚନ୍ଦ୍ର ବେହେରା, ସମିତି ସଭ୍ୟ ଜୟଦେବ ରାଉତ, ପୂର୍ବତନ ଏସଏମସି ସଭାପତି ଦେବେନ୍ଦ୍ର ଜେନା, ଅବରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ, ପ୍ରକାଶ ଚନ୍ଦ୍ର ପ୍ରଧାନ, ଶିକ୍ଷକ ତ୍ରିନାଥ ଗୌଡ଼ ଓ ପ୍ରଧାନ ଶିକ୍ଷକ ଦିବାକର ସାମନ୍ତରାୟ, ସିଆରସିସି ଶଶିକାନ୍ତ ପାତ୍ର ଏବଂ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ଯୋଗଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ବୃନ୍ଦଙ୍କୁ ଅତିଥି ବୃନ୍ଦ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁନି ସାହୁ ବିବରଣୀ ପଠନ କରିଥିବା ବେଳେ ଶିକ୍ଷକ ଗୋପାଳ ନାୟକ ସଂଯୋଜନା କରିଥିଲେ ଓ ଶିକ୍ଷୟିତ୍ରୀ ସୁଚିସ୍ମିତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରାୟ ସମସ୍ତ ଅଭିଭାବକ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।