ଯୁବ ନେତା ତଥା ଗଞ୍ଜାମ ଜିଲ୍ଲାର ସାଧାରଣ ସମ୍ପାଦକ ଏନ.ରାଜେନ୍ଦ୍ର କୁମାରଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

0
103

ଭୁବନେଶ୍ୱର,୦୩/୦୨/୨୦୨୪: ଯୁବ ନେତା ତଥା ଗଞ୍ଜାମ ଜିଲ୍ଲାର ସାଧାରଣ ସମ୍ପାଦକ ଏନ୍‌. ରାଜେନ୍ଦ୍ର କୁମାରଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତଃ ଏନ୍ ରାଜେନ୍ଦ୍ରଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here