ରାଜ୍ୟ କ୍ୟାବିନେଟ ୭୪ତମ ବୈଠକ ଅନୁଷ୍ଠିତ। ବୈଠକରେ ୧୩ ଟି ବିଭିନ୍ନ ବିଭାଗ ର ୧୬ ଟି ପ୍ରସ୍ତାବ ପାରିତ

0
99

ଭୁବନେଶ୍ୱର,୨୨/୦୨/୨୦୨୪:ଆଜି ରାଜ୍ୟ କ୍ୟାବିନେଟର ୭୪ ତମ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ସଂପର୍କରେ ମାନ୍ୟବର ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମାନ୍ୟବର ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା କ୍ୟାବିନେଟରେ ପାରିତ ହୋଇଥିବା ବିଭିନ୍ନ ପ୍ରସ୍ତାବ ସଂପର୍କରେ ବିଶଦ ସୂଚନା ଦେଇଥିଲେ । ଆଜିର କ୍ୟାବିନେଟ ବୈଠକରେ ୧୩ ଟି ବିଭିନ୍ନ ବିଭାଗ ର ୧୬ ଟି ପ୍ରସ୍ତାବ ଆଗତ କରାଯାଇଥିଲା ବେଳେ ସମସ୍ତ ପ୍ରସ୍ତାବ ପାରିତ ହୋଇଛି l
ଅନୁଷ୍ଠିତ ପ୍ରେସ ବିବୃତ୍ତି ସମୟରେ ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢ଼ୀ, ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ, କମିଶନର ତଥା ଶାସନ ସଚିବ ଅଶ୍ୱଥି ଏସ,କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ମଧ୍ୟ ଉପସ୍ଥିତ ଥିଲେ l

LEAVE A REPLY

Please enter your comment!
Please enter your name here