ପଦାର୍ଥ ବିଜ୍ଞାନରେ ୯ ଜଣ ପରୀକ୍ଷାର୍ଥୀ କପି କରି ଧରାପଡ଼ିଲେ

0
49

ବ୍ରହ୍ମପୁର, ୨୪/୦୨/୨୦୨୪ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ପରୀକ୍ଷାର୍ଥୀମାନଙ୍କ ଗୁରୁବାର ଥିଲା ପଦାର୍ଥ ବିଜ୍ଞାନ ପରୀକ୍ଷା l ଦକ୍ଷିଣାଞ୍ଚଳ ଅଧୀନସ୍ଥ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ +୨ ବିଜ୍ଞାନ ସ୍ରୋତର ପଦାର୍ଥ ବିଜ୍ଞାନ ପରୀକ୍ଷା ବେଶ୍ ଶୃଙ୍ଖଳିତ ଭାବେ ସଂପନ୍ନ ହୋଇଛି l ଦକ୍ଷିଣାଞ୍ଚଳ ସ୍ତରୀୟ ସ୍କ୍ୱାଡ୍ ସଦସ୍ୟମାନେ ଉପର୍ଯ୍ୟୁକ୍ତ ଆଠଟି ଜିଲ୍ଲାର ବିଭିନ୍ନ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ପରୀକ୍ଷା ବ୍ୟବସ୍ଥାର ତଦାରଖ କରିଥିଲେ lପଦାର୍ଥ ବିଜ୍ଞାନ ପରୀକ୍ଷାରେ ଦକ୍ଷିଣାଞ୍ଚଳରେ ୯ ଜଣ ପରୀକ୍ଷାର୍ଥୀ କପି ଅଭିଯୋଗରେ ଅଭିଯୁକ୍ତ ହୋଇଥିଲେ l ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୨ ଜଣ, ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ପେଣ୍ଡ୍ରlଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୨ ଜଣ, ରାୟଗଡ଼ା ଜିଲ୍ଲା ପଦ୍ମପୁର ସ୍ଥିତ ଆର୍.ଜି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଜଣେ, କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ସ୍ଥିତ ଲକ୍ଷ୍ମୀପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୨ ଜଣ, ଗଞ୍ଜାମ ଜିଲ୍ଲା ସୋରଡ଼ା ସ୍ଥିତ ଋଷିକୁଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଜଣେ ଓ ବ୍ରହ୍ମପୁର ସ୍ଥିତ ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଜଣେ ପରୀକ୍ଷାର୍ଥୀ ଗତକାଲି କପି ଅଭିଯୋଗରେ ଅଭିଯୁକ୍ତ ହୋଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଦକ୍ଷିଣାଞ୍ଚଳ ଉପସଚିବ ଡ. କୁଳମଣି ଓଝାଙ୍କ ସୂତ୍ରରୁ ଜଣାପଡ଼ିଛି l

LEAVE A REPLY

Please enter your comment!
Please enter your name here