ବୁଗୁଡା ୨୬/୨/୨୪ ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଳକର ଅନ୍ତରପଡା ଗ୍ରାମର ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ଏହି ବାର୍ଷିକ ଉତ୍ସବରେ ପୋଲସରା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ରର ପ୍ରଧାନଶିକ୍ଷକ ଦିଲ୍ଲୀପ କୁମାର ଖଡଙ୍ଗାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବୁଗୁଡା ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ର, ସରପଞ୍ଚ ବସନ୍ତ ଶତପଥୀ, ସମିତିସଭ୍ଯା ଙ୍କ ପ୍ରତିନିଧି ଉମେଶ ନାୟକ, ପାଙ୍ଗିଡିର ପୂର୍ବତନ ସରପଞ୍ଚ ସୁଶାନ୍ତ କୁମାର ଆପଟ, ତାଳସାକର ହାଇ ସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୌରି ଶଙ୍କର ମିଶ୍ର ଓ ସନ୍ତୋଷ କୁମାର ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଶିକ୍ଷା ଓ କ୍ରୀଡା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ବୃନ୍ଦଙ୍କୁ ବିଧାୟକ ଶ୍ରୀ ସାହୁ ଓ ଅନ୍ୟାନ୍ୟ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।