ବୁଗୁଡା ୯/୩/୨୪ ବୁଗୁଡା ବ୍ଲକ ଅନ୍ତର୍ଗତ କହ୍ନେଇପୁର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମାର୍ଚ୍ଚ ୯ ତାରିଖ ଦିନ ଅନୁଷ୍ଠିତ ହେବା ସହ ପୁରାତନ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ଆଲୁମ୍ନି ମିଟରେ ମୁଖ୍ଯମନ୍ତ୍ରୀ ଶିକ୍ଷା ପୁରସ୍କାର, ମୋ ସ୍କୁଲ ଅଭିଯାନ, ଗପ ଶୁଣିବା ଓ କହିବା ଆଦି କାର୍ଯ୍ୟକ୍ରମ ବିଷୟରେ ଆଲୋଚନା ହୋଇଥିଲା। ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ବିଦ୍ଯାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜ୍ଞାନୀ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମ ରେ ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ, ସେହି ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରଜନୀକାନ୍ତ ପଟ୍ଟନାୟକ, ରାଜକୁମାରୀ ପଟ୍ଟନାୟକ, ବିଦ୍ଯାଳୟ ପରିଚାଳନା କମିଟିର ସଭାପତି ସିଦ୍ଧାନ୍ତ ପ୍ରଧାନ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ବିତରଣ କରିଥିଲେ। ବିଦ୍ୟାଳୟର ଶିକ୍ଷୟିତ୍ରୀ ସ୍ବର୍ଣ୍ଣମୟୀ ପ୍ରଧାନ ସ୍ୱାଗତ ଭାଷଣ, ଅତିଥି ପରିଚୟ ପ୍ରଦାନ ଓ ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।