ବିଜେପିରେ ସାମିଲ ହେଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଂଘର ପୂର୍ବତନ ରାଜ୍ୟ ସଭାପତି ସୁରେଶ କୁମାର ହୋତା

0
15

ଭୁବନେଶ୍ୱର,୧୯/୦୩/୨୦୨୪: ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ବର୍ତମାନ ଭାରତବର୍ଷ ବିଶ୍ୱର ନେତୃତ୍ୱ ନେବା ଦିଗରେ ଅଗ୍ରସର ହୋଇଛି । ମୋଦିଜୀଙ୍କ ଗତ ୧୦ ବର୍ଷ ଶାସନରେ ଦେଶର ଗରିବ, ଯୁବକ, କୃଷକ ଓ ମହିଳାଙ୍କ ବିକାଶକୁ ପ୍ରାଧାନ୍ୟ ଦିଆଯାଇଛି । ମୋଦିଜୀଙ୍କ ଦେଶପ୍ରତି ଉତ୍ସର୍ଗୀକୃତ ଏବଂ ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଂଘର ପୂର୍ବତନ ରାଜ୍ୟ ସଭାପତି ସୁରେଶ କୁମାର ହୋତା ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ଶ୍ରୀ ହୋତାଙ୍କୁ ରାଜ୍ୟ ଉପସଭାପତି ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ମୁଖ୍ୟ ମୁଖପାତ୍ର ସଜ୍ଜନ ଶର୍ମା ଏବଂ ମୁଖପାତ୍ର ଦିଲୀପ ମହାନ୍ତି ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।ଭ୍ରଷ୍ଟାଚାର, ବ୍ୟଭୀଚାର ଓ ଦୁର୍ନୀତି ରାଜ୍ୟ ବିକାଶରେ ବାଧକ ସାଜିଛି । ରାଜ୍ୟରେ ଶାସନ ବ୍ୟବସ୍ଥାର ପରିବର୍ତନ ନିହାତି ଜରୁରୀ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ କାର୍ଯ୍ୟକ୍ରମ ଓ ବିଜେପିର ନୀତି ଆଦର୍ଶ ମୋତେ ଅନୁପ୍ରାଣିତ କରିଛି । ସମାଜର ତୃଣମୂଳସ୍ତରର ଲୋକଙ୍କ ପାଇଁ କାର୍ଯ୍ୟ କରିବି ବୋଲି ଶ୍ରୀ ହୋତା କହିଛନ୍ତି ।

LEAVE A REPLY

Please enter your comment!
Please enter your name here