ନୂତନ କାର୍ଯ୍ଯନିର୍ବାହୀ ଅଧିକାରୀଙ୍କ ଦାୟିତ୍ବ ଗ୍ରହଣ

0
15

ବୁଗୁଡା ୨୧/୦୩/୨୪ ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବିଭୂତି ଭୂଷଣ ବେହେରା ଦାୟିତ୍ବ ଗ୍ରହଣ କରିଛନ୍ତି । ପ୍ରାକ୍ତନ କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ଦାସଙ୍କ ବଦଳି ପରେ ଗତ ଫେବୃୟାରୀ ୧୩ ତାରିଖରୁ ସ୍ଥାନୀୟ ଅତିରିକ୍ତ ତହସିଲଦାର ସୁନନ୍ଦ ଶେଖର ସାହାଣି ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ବ ତୁଲାଇ ଆସୁଥିଲେ । ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ବେହେରା କାର୍ଯ୍ୟଭାର ଗ୍ରହଣ ପରେ ଏନ୍ଏସି କର୍ମଚାରୀମାନେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ ।

LEAVE A REPLY

Please enter your comment!
Please enter your name here