ଓଡ଼ିଶାରେ ବିଜେପି ୨୧ଲୋକସଭା ଓ ୧୪୭ ବିଧାନସଭାରେ ଏକାକି ଲଢ଼ିବ: ମନମୋହନ ସାମଲ

0
20

ଭୁବନେଶ୍ୱର, ୨୨/୦୩/୨୦୨୪: ଗତ ୧୦ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।
ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ୱିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।
କିନ୍ତୁ ଆଜି ଓଡିଶାରେ ମୋଦି ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଂଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ୱାର୍ଥ ସହ ଜଡିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ ବୋଲି ଶ୍ରୀ ସାମଲ କହିଛନ୍ତି ।
ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି ଏଥର ସମସ୍ତ ୨୧ଲୋକସଭା ଓ ୧୪୭ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ଶ୍ରୀ ସାମଲ କହିଛନ୍ତି ।

LEAVE A REPLY

Please enter your comment!
Please enter your name here