ବିଜେପି ରେ ଯୋଗ ଦେଲେ ଖଲ୍ଲିକୋଟ ର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

0
20

ଭୂବନେଶ୍ୱର,୨୬/୦୩/୨୦୨୪:
ବିଜେଡିରୁ ଇସ୍ତଫା ଦେଇଥିବା ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଗତକାଲି ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି । ଆଗାମୀ ଦିନରେ ଗଞ୍ଜାମରେ ଭାଜପା ବେଶ୍‌ ଭଲ ପ୍ରଦର୍ଶନ କରିବ ବୋଲି ସେ ଆଶାବାଦୀ ଅଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଆଜ ପୂର୍ଣ୍ଣଚନ୍ଦ୍ର ଓ ତାଙ୍କ ସମର୍ଥକମାନଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ବାଗତ କରିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ,୨୦୦୯ ଓ ୨୦୧୪ରେ ବିଜେଡିରୁ ଦୁଇଥର ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀ ରୁ ଜିତିଥିଲେ ।

LEAVE A REPLY

Please enter your comment!
Please enter your name here