ବ୍ରହ୍ମପୁର ଲୋକସଭା ବିଜେପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଙ୍କୁ ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପକ୍ଷରୁ ସମ୍ୱର୍ଦ୍ଧନା ପ୍ରଦାନ

0
20

ବ୍ରହ୍ମପୁର,୨୮/୦୩/୨୦୨୪:

ଭାରତୀୟ ଜନତା ପାର୍ଟି କେନ୍ଦ୍ରୀୟ ନିର୍ବାଚନ କମିଟି ନିଷ୍ପତ୍ତି ଅନୁଯାୟୀ ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭାବେ ଡ଼ଃ ପ୍ରଦୀପ ପାଣିଗ୍ରାହୀଙ୍କ ନାମ ଘୋଷଣା ହେବା ପରେ ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପକ୍ଷରୁ ଆଜି ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଜ୍ୟୋତି ରେସିଡ଼େନ୍ସି ସମ୍ମିଳନୀ କକ୍ଷରେ ସ୍ୱାଗତ ସମ୍ୱର୍ଦ୍ଧନା ଦିଆଯାଇଥିଲା । ଏଥିରେ ବ୍ରହ୍ମପୁରର ବରିଷ୍ଠ ନେତା ମାନଙ୍କ ସହ ରାଜ୍ୟ ନେତୃବୃନ୍ଦ,ଜିଲ୍ଲା ପଦାଧିକାରୀ,ମଣ୍ଡଳ ସଭାପତି ପ୍ରମୁଖଙ୍କ ସମେତ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରେ ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଡ଼ଃ ପ୍ରଦୀପ ପାଣିଗ୍ରାହୀଙ୍କୁ ସମ୍ୱର୍ଦ୍ଧିତ କରାଯାଇଥିଲା।ଏହି ଅବସରରେ ଉପସ୍ଥିତ ଦଳୀୟ କର୍ମୀଙ୍କୁ ପ୍ରଦୀପ ପାଣିଗ୍ରାହୀ ଗୁରୁ ମନ୍ତ୍ର ଦେଇଛନ୍ତି । ଆସନ୍ତା ୪୦ଦିନ ସମସ୍ତଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ ବୋଲି ସେ କହିଛନ୍ତି। ଏପରିକି ସମସ୍ତେ ବୁଥ ସ୍ତରରୁ ଏକତ୍ରିତ ହୋଇ ଦଳର ଗତ ନିର୍ବାଚନର ଭୋଟ ବ୍ୟବଧାନକୁ କିପରି ବୃଦ୍ଧି କରିବେ ସେନେଇ ରଣନୀତି ପ୍ରସ୍ତୁତ କରିବା ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତ ମୁଠା କରିବା ପାଇଁ ଗଞ୍ଜାମ ଜିଲ୍ଲାରେ ବିଜେପି କୁ ବହୁ ସଂଖ୍ୟା ରେ ବିଜୟ କରିବା ପାଇଁ କହିଛନ୍ତି ।ଆଜିର ଏହି ବୈଠକରେ ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ସଭାପତି ଡା.ସୁବାସ ସାହୁ,ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଡ଼ଃ ପ୍ରଦୀପ ପାଣିଗ୍ରାହୀ,ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ,ବ୍ରହ୍ମପୁର ଲୋକସଭା ପ୍ରଭାରୀ ଅଶୋକ ମିଶ୍ର,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତି,ବ୍ରହ୍ମପୁର ଲୋକସଭା ସଂଯୋଜକ ସରୋଜ ସାବତ,ବ୍ରହ୍ମପୁର ବିଧାନସଭା ପ୍ରଭାରୀ ରାମ ପ୍ରସାଦ ସାମଲ,ବରିଷ୍ଠ ନେତା କେ.ଅନିଲ କୁମାର,ବ୍ରହ୍ମପୁରର ପୂର୍ବତନ ମେୟର ଶିବ ଶଙ୍କର ଦାସ,ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଶାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିବା ବେଳେ ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସାଧାରଣ ସମ୍ପାଦକ ତଥା ବ୍ରହ୍ମପୁର ବିଧାନସଭା ସଂଯୋଜକ ପ୍ରଭାତ କିରଣ ଷଡ଼ଙ୍ଗୀ ପରିଚାଳନା କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତୁତୁନ୍ ପାତ୍ର,ବ୍ରହ୍ମପୁର, ଆସ୍କା ଏବଂ କନ୍ଧମାଳ ତିନୋଟି ଲୋକସଭା କ୍ଷେତ୍ରକୁ ନେଇ ଗଠିତ ବ୍ରହ୍ମପୁର ଜୋନ୍ ମିଡ଼ିଆ ସଂଯୋଜକ ସୁନିଲ କୁମାର ସାହୁ,କର୍ପୋରେଟର ସବିତା ସାହୁ,ପୂର୍ବତନ କର୍ପୋରେଟର ରଞ୍ଜିତ ପଟ୍ଟନାୟକ,ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶିବ ଶଙ୍କର ନାୟକ,ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଅନୁଜା ନନ୍ଦ ବିଶ୍ଵାଳ,ଜିଲ୍ଲା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ସାମୁଏଲ୍ ବେହେରା,ମଣ୍ଡଳ ସଭାପତି ଭାବଗ୍ରାହୀ ପାଳ,ଗୋପିନାଥ ପଣ୍ଡା,କେ.ଟୁଙ୍ଗୁରୁ ପାତ୍ର,ପ୍ରଫୁଲ୍ଲ ପାଣିଗ୍ରାହୀ,ସରୋଜ ପାତ୍ର,କୃଷ୍ଣ ଚନ୍ଦ୍ର ଚୌଧୁରୀ,ଧର୍ମରାଜ ପାଣିଗ୍ରାହୀ,ଅଶୋକ ଶୁକ୍ଳା,ବଦ୍ରି ନାୟକ,ଏନ୍.ଧନଞ୍ଜୟ ରାଓ,ଅନିଲ ପତି,ଏଲ୍.ଗୋପି,ସଞ୍ଜୟ ଜେନା,ରାଜେନ୍ଦ୍ର ସେଠୀ,ପତିତପାବନ ଗନ୍ତାୟତ,ମନୋଜ ପାଢ଼ୀ,ଏସ୍.ଶ୍ରୀନିବାସ,କେ.ରବି ରାଓ,କମଲ୍ ପାତ୍ର ପ୍ରମୁଖ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ଆଜି ବିଜୁ ଜନତା ଦଳ ଏବଂ କଂଗ୍ରେସର ଶତାଧିକ କାର୍ଯ୍ୟକର୍ତ୍ତା ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ । ଏମାନଙ୍କୁ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ସାରଦା ପ୍ରସାଦ ଶତପଥୀ ଦଳୀୟ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ । ଶେଷରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତି ଧନ୍ୟବାଦ ଅର୍ପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here