ରାମୋଜୀ ରାଓଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

0
34

ଭୁବନେଶ୍ୱର,୦୮/୦୬/୨୦୨୪:ମିଡିଆ ବାରନ୍‌, ଇନାଡୁ ଗ୍ରୁପ୍ ଓ ଇଟିିଭି ନେଟ୍‌ୱାର୍କର ପ୍ରତିଷ୍ଠାତା ରାମୋଜୀ ରାଓଙ୍କ ୮୭ ବର୍ଷ ବୟସରେ ପରଲୋକ ଘଟିଛି । ଗଣମାଧ୍ୟମ, ସିନେମା, ସାହିତ୍ୟ, କୃଷି ଓ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ପଦ୍ମବିଭୂଷଣରେ ସମ୍ମାନିତ କରାଯାଇଥିଲା । ସେ ବିଶ୍ୱର ସର୍ବବୃହତ୍ ଫିଲ୍ମସିଟି “ରାମୋଜି ଫିଲ୍ମସିଟି”ର ପ୍ରତିଷ୍ଠାତା ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସ୍ୱର୍ଗତଃ ରାମୋଜୀଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here