ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ

0
6

ଭୁବନେଶ୍ବର,୧୧/୦୬/୨୦୨୪: ଆସନ୍ତା ୧୩ ତାରିଖ ବା ଗୁରୁବାର ଦିନ ଠାରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ରାଜ୍ୟରେ ବିଜେପି ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ଦୀର୍ଘବର୍ଷ ହେବ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ କଟକଣା ଲଗାଇଥିଲା ବିଜେଡି ସରକାର।ମହାମାରୀ କରୋନା ସମୟରେ ସାମ୍ବାଦିକଙ୍କ ଲୋକସେବା ଭବନରେ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା। ୨୦୨୦ ମାର୍ଚ୍ଚ ମାସରୁ ଏଭଳି ସ୍ଥିତି ଜାରି ରହିଥିଲା, ଯାହାକୁ ନେଇ ଅନେକ ସମୟରେ ବିଜେପି ପ୍ରତିବାଦ କରିବା ସହ ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲାଯାଉ ବୋଲି ଦାବି ରଖିଥିଲା। ଏପରିକି ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ସାମ୍ବାଦିକଙ୍କ ମଧ୍ୟରେ ଅସନ୍ତୋଷ ମଧ୍ୟ ଦେଖିବାକୁ ମିଳିଥିଲା। କିନ୍ତୁ ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିବା ସହ ଗୁରୁବାର ଠାରୁ ସାମ୍ବାଦିକ ମାନେ ଲୋକସେବା ଭବନ କୁ ପ୍ରବେଶ କରିପାରିବେ ।

LEAVE A REPLY

Please enter your comment!
Please enter your name here