କୁଏତ୍ ଅଗ୍ନିକାଣ୍ଡରେ ମୃତ ଓଡ଼ିଆଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟ ବିଜେପି ସଭାପତି ସମେତ ଉପ ମୁଖ୍ୟମନ୍ତ୍ରୀ ଏବଂ କ୍ୟାବିନେଟ ମନ୍ତ୍ରୀ

0
16

ଭୁବନେଶ୍ୱର,୧୫/୦୬/୨୦୨୪: କୁଏତ୍ ଭୟାବହ ଅଗ୍ନିକାଣ୍ଡରେ ୨ ଓଡ଼ିଆ ମହମ୍ମଦ ଜହୁୂର ଓ ସନ୍ତୋଷ ଗୌଢ଼ଙ୍କ ମୃତ୍ୟୁ ଘଟିଛି । ଜହୁରଙ୍କ ଘର କଟକ ଜିଲା ତିଗିରଆ ଥାନା ଅନ୍ତର୍ଗତ କରଡାପଲ୍ଳୀ ଗ୍ରାମରେ ହୋଇଥିବାବେଳେ ସନ୍ତୋଷଙ୍କ ଘର ଗଞ୍ଜାମ ଜିଳା ପୁରୁଷୋତମ ବ୍ଲକର ରଣଝାଲି ଗାଁରେ । ଜହୁର ୨୦୧୭ରୁ କୁଏତ୍‌ରେ ଲାବୋରୋଟାରୀ ଟେକନିସିଆନ ଭାବେ କାମ କରୁଥିଲେ । ସନ୍ତୋଷ ୨ବର୍ଷ ପୂର୍ବେ କୁଏତ୍ ଯାଇଥିଲେ । ଗତ ବୁଧବାର ଭୋର ସମୟରେ କୁଏତ୍‌ରେ ସେମାନେ ରହୁଥିବା ୬ ମହଲା ବିଶିଷ୍ଟ କୋଠାରେ ନିଆଁ ଲାଗିଯାଇଥିଲା । ଏହି ଅଗ୍ନିକାଣ୍ଡରେ ସେଠାରେ ରହୁଥିବା ବହୁ ଭାରତୀୟଙ୍କ ମୃତ୍ୟୁ ଘଟିଥିବାବେଳେ ସେମାନଙ୍କ ମଧ୍ୟରେ ଜହୁର ଓ ସନ୍ତୋଷ ମଧ୍ୟ ରହିଛନ୍ତି ।
ଉଭୟଙ୍କ ମରଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସମେତ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତି ପରିଡା, କ୍ୟାବିନେଟ ମନ୍ତ୍ରୀ ବିଭୁତି ଭୂଷଣ ଜେନା,ଆସ୍କା ସାଂସଦ ଅନିତା ଶୁଭଦର୍ଶନୀ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ସେ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here