ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଯୋଗ ଦିବସ

0
17

ପୋଲସରା, ୨୨/୬/୨୪ : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଜୁନ ୨୧ ତାରିଖ ଦିନ ଦଶମ ଆନ୍ତର୍ଜାତିକ ଯୋଗ ଦିବସ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ତିନୋଟି ଜାତୀୟ ସେବା ଯୋଜନା ୟୁନିଟର ପ୍ରୋଗ୍ରାମ ଅଫିସର ଶେଖ ଫରିଦ୍, ପ୍ରକାଶ ଚନ୍ଦ୍ର ସାହୁ ଓ ବସନ୍ତ କୁମାର ପାଣି, ଏନସିସି ଅଫିସର ଲେଫନାଣ୍ଟ ବିନତା କୁମାରୀ ଦାଶ ଏବଂ ଯୁବ ରେଡ଼ କ୍ରସ କାଉନସିଲର ବିଶ୍ଵନାଥ ଚୌଧୁରୀ ପ୍ରମୁଖଙ୍କ ତତ୍ତ୍ୱାବଧାନରେ ଆନ୍ତର୍ଜାତୀୟ ଯୋଗ ଦିବସ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ କଲେଜର ପ୍ରିନ୍ସପାଲ ରବୀନ୍ଦ୍ର ନାଥ ପାଳ ଉଦଘାଟନ କରିଥିଲେ। ଯୋଗ କାର୍ଯ୍ୟକ୍ରମରେ ସାଧନ କର୍ମୀ ଭାବେ ବର୍ତ୍ତିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ମନୋଜ କୁମାର ସାହୁ ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ ସହ ଯୋଗର ଉପକାରୀତା ବିଷୟରେ ଆଲୋକପାତ କରିଥିଲେ। ଏନଏସଏସ ପ୍ରୋଗ୍ରାମ ଅଫିସର ଶ୍ରୀ ଫରିଦ୍ ସଂଯୋଜନା କରିଥିବା ବେଳେ ଏନସିସି ଅଫିସର ଶ୍ରୀମତୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ। କଲେଜର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଏବଂ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here