ମୁଖ୍ୟ ଶାସନ ସଚିବ ଭାବେ ଶ୍ରୀ ମନୋଜ ଆହୁଜାଙ୍କ ଦାୟିତ୍ବ ଗ୍ରହଣ

0
11

ଭୁବନେଶ୍ବର,୩୦/୦୬/୨୦୨୪:
ଶ୍ରୀ ମନୋଜ ଆହୁଜା ଆଜି ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି । ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି । ଆଜି ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କ ଠାରୁ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଦାୟିତ୍ବ ଗ୍ରହଣ କରିଛନ୍ତି । ଆଜି ଲୋକସେବା ଭବନ ସ୍ଥିତ କାର୍ଯ୍ୟାଳୟରେ ଶ୍ରୀ ଜେନା ଓ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ । ପୂର୍ବତନ ମୁଖ୍ୟଶାସନ ସଚିବ ଶ୍ରୀ ଜେନାଙ୍କୁ ଲୋକସେବା ଭବନସ୍ଥିତ ଅଧିକାରୀ ଓ କର୍ମଚାରୀମାନେ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଥିବା ବେଳେ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜାଙ୍କୁ ସ୍ବାଗତ କରିଥିଲେ ।

LEAVE A REPLY

Please enter your comment!
Please enter your name here