ଭୂବନେଶ୍ୱର,୦୪/୦୭/୨୦୨୪:ଆଜି ଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ।ଲୋକସେବା ଭବନରେ ପହଞ୍ଚିବା ପରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାପରେ ମୁଖ୍ୟମନ୍ତ୍ରୀ ଆଜି ଠାରୁ ବିଧିବଦ୍ଧ ଭାବେ ଲୋକସେବା ଭବନରେ କାର୍ଯ୍ୟଭାର ସମ୍ଭାଳିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି ।ଏଣିକି ସରକାରୀ କା ଓଡ଼ିଆ ଭାଷାରେ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ । ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବ । ଭୌତିକ ପ୍ରଗତୀ ସହ ସାଂସ୍କୃତିକ ପ୍ରଗତରକୁ ଗୁରୁତ୍ୱ ଦିଆଯିବ । ଓଡ଼ିଆ ଭାଷାର ପ୍ରଚାରପ୍ରସାର ପାଇଁ କମିଶନ ଗଠନ ହେବ । ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର ହେବ । ଆବଶ୍ୟକ ପଡ଼ିଲେ ସରକାରୀ ଭାଷା ଆଇନରେ ସଂଶୋଧନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରତି ଜିଲ୍ଲାର କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ। ବରୁଣେଇରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ । ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହ ଅନୁବାଦ ଏକାଡେମୀ, ଓଡ଼ିଆ ଅସ୍ମିତା ଭବନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରକାଶ ଯେ ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆସି ନଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ଯ୍ୟାଳୟ ଖୋଲି କାର୍ଯ୍ୟ କରୁଥିଲେ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସେହି ପ୍ରକୋଷ୍ଠକୁ ଯାଇଛନ୍ତି।
Home ବ୍ରହ୍ମପୁର ସ୍ପେଶାଳ ଆଜି ଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ