Home ବ୍ରହ୍ମପୁର ସ୍ପେଶାଳ ଗୁରୁକୁଳ ଇଣ୍ଟରନ୍ୟାସନାଲ ପବ୍ଲିକ ସ୍କୁଲରେ ବନମୋହତ୍ସବ ପାଳିତ

ଗୁରୁକୁଳ ଇଣ୍ଟରନ୍ୟାସନାଲ ପବ୍ଲିକ ସ୍କୁଲରେ ବନମୋହତ୍ସବ ପାଳିତ

0
38

ବ୍ରହ୍ମପୁର ୦୮/୦୭/୨୦୨୪ : ସ୍ଥାନୀୟ ଗୁଡସ୍ ସେଡ ରୋଡ ସ୍ଥିତ ଗୁରୁକୁଳ ଇଣ୍ଟରନ୍ୟାସନାଲ ପବ୍ଲିକ ସ୍କୁଲରେ ବନ ମୋହତ୍ସବ ମହା ଆଡମ୍ବରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ସଭାପତି ଶ୍ରୀଯୁକ୍ତ ପ୍ରଶାନ୍ତ ମହାପାତ୍ର,ସମ୍ପାଦିକା ଶ୍ରୀମତୀ ଅନିତା କୁମାରୀ ପାଢୀ ଯୋଗ ଦେଇ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ ।ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ମଧୁସ୍ମିତା ପରିଡା,ଉପାଧ୍ୟକ୍ଷା ଶ୍ରୀମତୀ ମଧୁଛନ୍ଦା ମିଶ୍ର, ସ୍କାଉଟ ଗାଇଡ ମାଷ୍ଟର ଶ୍ରୀମତୀ ମଧୁସ୍ମିତା ହୋତା ସାଂସ୍କୃତିକ କାର୍ଯ୍ୟକ୍ରମ ଦାୟିତ୍ୱରେ ଥ‌ିବା ଶ୍ରୀମତୀ ଜ୍ୟୋତ୍ସ୍ନା ଭୁଜବଳ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବୃକ୍ଷ ରୋପଣ କରିଥିଲେ । ଏହି ଅବସରରେ ଶ୍ରେଣୀର ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ପରିଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

NO COMMENTS

LEAVE A REPLY

Please enter your comment!
Please enter your name here

error: Content is protected !!