ପୋଲସରା ସମିତିର ନବମ ସାଧାରଣ ଅଧିବେଶନ

0
37

ପୋଲସରା ୧୦/୭/୨୪ ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ସମ୍ମିଳନୀ କକ୍ଷରେ ଜୁଲାଇ ୧୦ ତାରିଖ ଅପରାହ୍ନରେ ସମିତିର ନବମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାନ୍ୟବର ପୋଲସରା ବିଧାୟକ ତଥା ମତ୍ସ୍ୟ ଓ ପ୍ରାଣୀଧନ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମାଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ଅତିଥି ଭାବେ ଯୋଗଦେଇଥିଲେ। ପୋଲସରା ବିଡ଼ିଓ କୁରେଶ ଚନ୍ଦ୍ର ଜାନୀ ସମିତିର ନବମ ଅଧିବେଶନ ଏଜେଣ୍ଡା ବିଷୟରେ ଧାରଣା ଦେବାସହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡ଼ା, ତହସିଲଦାର ରୁବି ବେହେରା, ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲା ପରିଷଦ ମେମ୍ବର ଅଶୋକ ବିଷୋୟୀ, ବିକ୍ରମ ନାୟକ ଓ ଝୁନୁ ଦାସ ମଞ୍ଚାସୀନ ଥିଲେ। ଏଥିସହ ପୋଲସରା ପୋଲିସ ଥାନା ଆଇଆଇସି କୌଶିକ ମାଝୀ, ବ୍ଲକ ସହକାରୀ ଯନ୍ତ୍ରୀ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ,୨୬ ଗୋଟି ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବର ସମେତ ସମସ୍ତ କନିଷ୍ଠ ଯନ୍ତ୍ରୀ ବୃନ୍ଦ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ମନ୍ତ୍ରୀ ଶ୍ରୀ ମଳିକ ବ୍ଲକର ବିଭିନ୍ନ କାର୍ଯ୍ୟ ବିଷୟରେ ଆଲୋଚନା କରିଥିଲେ। ଏଥିସହ ସମସ୍ତ ସରକାରୀ ଯୋଜନା ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ସମସ୍ତେ ମିଳିମିଶି କାର୍ଯ୍ୟ କଲେ ପୋଲସରା ବ୍ଲକ ଏକ ଆଦର୍ଶ ବ୍ଲକ ହୋଇପାରିବ ବୋଲି ପ୍ରକାଶ କରିଥିଲେ। ବ୍ଳକର ସମସ୍ତ କର୍ମଚାରୀ ବୈଠକରେ ଉପସ୍ଥିତ ରହି ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here