ଭୁବନେଶ୍ୱର, ୩୦/୦୮ ୨୦୨୪
ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଯୁଗାନ୍ତକାରୀ ସୁଭଦ୍ରା ଯୋଜନା । ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କ ଆର୍ଥିକ ସ୍ଵାଧୀନତା ତଥା ଡିଜିଟାଲ ଆର୍ଥିକ ସାକ୍ଷରତାକୁ ପ୍ରୋତ୍ସାହିତ କରିବା ଏହି ଯୋଜନାର ମୂଳ ଲକ୍ଷ୍ୟ ଓ ଉଦ୍ଦେଶ୍ୟ । ଏହି ଯୋଜନାର ସଫଳ ରୂପାୟନକୁ ଦୃଷ୍ଟିରେ ରଖି ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଟୋଲ ଫ୍ରି ନମ୍ବର-୧୪୬୭୮ ଜାରି କରାଯାଇଛି । ଏହି ନମ୍ବରଟି ସକାଳ ୬ଟା ରୁ ରାତି ୧୦ଟା ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ । ଏହି ସମୟସୀମା ମଧ୍ୟରେ ଯେକୌଣସି ବ୍ୟକ୍ତି ଏହି ଟୋଲି ଶ୍ରୀ ନମ୍ବରରେ କଲ୍ କରି ସୁଭଦ୍ରା ଯୋଜନା ଅନ୍ତର୍ଗତ ସମସ୍ତ ତଥ୍ୟ ପାଇପାରିବେ ।ଏହି ମାର୍ଗଦର୍ଶିକା ଅନୁଯାୟୀ ଯେଉଁ ମହିଳାମାନେ, ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଅନ୍ତର୍ଗତ କୌଣସି ଆର୍ଥିକ ସହାୟତା ଯଥା ପେନସନ, ଛାତ୍ରବୃରି ଇତ୍ୟାଦି ପ୍ରତି ମାସରେ ୧୫୦୦ ଟଙ୍କା କିମ୍ବା ତା’ଠାରୁ ଅଧିକ ଓ ବାର୍ଷିକ ୧୮୦୦୦ ଟଙ୍କା କିମ୍ବା ଅଧିକ ପାଇଥିବେ, ସେମାନେ ଅଯୋଗ୍ୟ ଘୋଷିତ ହେବେ । କିନ୍ତୁ ଅଙ୍ଗନବାଡି କର୍ମୀ / ସହାୟିକା, ଆଶାକର୍ମୀ, କମ୍ୟୁନିଟି ରିସୋର୍ସ ପର୍ସନ (ସିଆରପି), ମାଷ୍ଟର ବ୍ଲକ କିପର(ଏମ୍ବିକେ) ଓ ଆଉଟସୋର୍ସିଂ ଏଜେନ୍ସି ଦ୍ଵାରା ନିଯୁକ୍ତ ମହିଳାମାନେ ମାର୍ଗଦର୍ଶିକାରେ ଥିବା ଅନ୍ୟ ସମସ୍ତ ମାନଦଣ୍ଡ ହିସାବରେ ଯୋଗ୍ୟ ହେଇଥିଲେ ସେମାନେ ମଧ୍ୟ ସୁଭଦ୍ରା ଯୋଜନାର ଆବେଦନ କରିପାରିବେ ।
Home ବ୍ରହ୍ମପୁର ସ୍ପେଶାଳ ସୁଭଦ୍ରା ଯୋଜନାର ଆନୁଷ୍ଠାନିକ ମାର୍ଗଦର୍ଶିକା: ଜାରି ହେଲା ଟୋଲ ଫ୍ରି ନମ୍ବର।ମହିଳା ଓ ଶିଶୁ ବିକାଶ...