ପୋଲସରା ଏନଏସିରେ ସ୍ୱାୟତ ଶାସନ ଦିବସ ପାଳନ

0
14

ପୋଲସରା ୩୧/୮/୨୪ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ ଶାସନ ଦିବସ ଅଗଷ୍ଟ ୩୧ ତାରିଖ ଦିନ ପାଳିତ ହୋଇଯାଇଛି। ଏହି ଦିବସ ଉପଲକ୍ଷେ ସକାଳ ସମୟରେ ରାମଧୂନ ସହ ସହର ପରିକ୍ରମା କରାଯାଇଥିଲା। ଏହାପରେ ପୋଲସରା ଏନଏସି ଅଧ୍ୟକ୍ଷା ସଂଗୀତା ବେହେରା ପତାକା ଉତ୍ତୋଳନ କରିଥିଲେ। ଅଧ୍ୟକ୍ଷା ଶ୍ରୀମତୀ ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, କାର୍ଯ୍ୟନିର୍ବାହୀ ଅଧିକାରୀ ଋଷି ମାଝୀ ପ୍ରମୁଖ ଏନଏସିର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ କହିବା ସହ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ କାଉନସିଲର, ସମସ୍ତ କର୍ମଚାରୀ ଓ ଜନସାଧାରଣ ଉପସ୍ଥିତ ଥିଲେ। ଏହାପରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ, ମେଡ଼ିକାଲରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା। ଏହି ଅବସରରେ ଓଡିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଳିକ ମୁଖ୍ୟ ଅତିଥି ଭାବେ ସାଧାରଣ ବୈଠକରେ ଯୋଗଦେଇ କର୍ମଚାରୀ ମାନଙ୍କୁ ପୋଷାକ ବଣ୍ଟନ କରିବା ସହ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିଥିଲେ।

LEAVE A REPLY

Please enter your comment!
Please enter your name here