ପିପୁଲସ କଲେଜ ପକ୍ଷରୁ ମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

0
19

ବୁଗୁଡା , ୧/୯/୨୪ : ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜ ପକ୍ଷରୁ ୩୧/୮/୨୪ ତାରିଖ ଦିନ ମାନ୍ୟବର ମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ପିପୁଲସ କଲେଜ IQAC ସଂଯୋଜକ ଅଧ୍ୟାପକ ଅକ୍ଷୟ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷ, ଅଧ୍ୟାପକ ଓ ଅଧ୍ୟାପିକା ଏବଂ ଛାତ୍ର ଓ ଛାତ୍ରୀ ବୃନ୍ଦ କଲେଜ ଫାଟକ ଠାରୁ ଓଡିଶା ସରକାରଙ୍କ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଏବଂ ଅଣୁ, କ୍ଷୁଦ୍ର ଓ ମାଧ୍ୟମ ଉଦ୍ୟୋଗ ବିଭାଗ ରାଷ୍ଟ୍ରମନ୍ତ୍ରୀ ଗୋକୁଳାନନ୍ଦ ମଳିକଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି କଲେଜ ପରିସରକୁ ପାଛୋଟି ନେଇଥିଲେ। କଲେଜର ଏନସିସି ଅଫିସର ଲେଫନାଣ୍ଟ ଅଜୟ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଏନସିସି କ୍ୟାଡଟ ବୃନ୍ଦ ମାନ୍ୟବର ମନ୍ତ୍ରୀ ଶ୍ରୀ ମଳିକଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରିଥିଲେ। ଏହାପରେ କଲେଜର ପ୍ରିନ୍ସପାଲ ହରିକୃଷ୍ଣ ନାୟକଙ୍କ ଅଧ୍ୟକ୍ଷତାରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ସମ୍ବର୍ଦ୍ଧିତ ବ୍ୟକ୍ତିତ୍ୱ ଭାବେ ମନ୍ତ୍ରୀ ଗୋକୁଳାନନ୍ଦ ମଳିକ ଯୋଗଦେଇଥିବା ବେଳେ କଲେଜ ପରିଚାଳନା ପାରିଷଦ ସଭାପତି ରଜନୀକାନ୍ତ ଭଟ୍ଟ, କଲେଜର ପ୍ରତିଷ୍ଠାତା ସଦସ୍ୟ ରାମ ନାରାୟଣ ସାହୁ, ସମାଜସେବୀ ପ୍ରଭାକର ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ। ମନ୍ତ୍ରୀ ଶ୍ରୀ ମଳିକଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ମନ୍ତ୍ରୀ ଶ୍ରୀ ମଳିକ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀମାନଙ୍କୁ ବହୁ ମୂଲ୍ୟବାନ ପରାମର୍ଶ ପ୍ରଦାନ କରିଥିଲେ। ଶେଷରେ ଅଧ୍ୟାପକ ସୁଶାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ RUSA ଅନୁଦାନରେ ନବୀକରଣ ହୋଇଥିବା ଆକାଡେମିକ ବ୍ଲକକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ମଳିକ ଉଦଘାଟନ କରିଥିଲେ।

LEAVE A REPLY

Please enter your comment!
Please enter your name here