ସେପ୍ଟେମ୍ବର ୧୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0
13

ଭୂବନେଶ୍ୱର,୧୧/୦୯/୨୦୨୪:
ଆସନ୍ତା ମଙ୍ଗଳବାର ସେପ୍ଟେମ୍ବର ୧୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁଭଦ୍ରା ଯୋଜନାକୁ ଓଡିଶାରେ ଶୁଭାରମ୍ଭ କରିବେ । ଏନେଇ ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତର ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି ହୋଇଛି ।ତେବେ କାର୍ଯ୍ୟସୂଚୀ ଅନୁଯାୟୀ ସକାଳ ୧୧ଟା ୩୫ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମୋଦି।ଏଠାରୁ କଡ଼ା ସୁରକ୍ଷା ମଧ୍ୟରେ ୧୧ଟା ୫୫ରେ ଜନତା ମଇଦାନରେ ପହଞ୍ଚିବେ । ସେଠାରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବା ସହିତ ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ମଧ୍ୟ ଶୁଭାରମ୍ଭ କରିବେ । ସେଠି ପ୍ରଧାନମନ୍ତ୍ରୀ ୧୨ଟାରୁ ୧ଟା ଯାଏ ଉପସ୍ଥିତ ରହିବା ପରେ ଅପରାହ୍ଣ ୩ଟା ୨୫ ମିନିଟ ସମୟରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

LEAVE A REPLY

Please enter your comment!
Please enter your name here