ହାତୀଓଟ ହାଇ ସ୍କୁଲରେ ବ୍ଲକ ସ୍ତରୀୟ କ୍ରିଡ଼ା ପ୍ରତିଯୋଗିତା

0
15

ପୋଲସରା , ୧୫/୯/୨୪ : ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ଗ୍ରାମର ନୋଡାଲ ଉଚ୍ଚ ବିଦ୍ୟାଳୟ ମିନି ଷ୍ଟାଡିୟମରେ ସେପ୍ଟେମ୍ବର ୧୫ ତାରିଖ ଦିନ ବ୍ଲକ ସ୍ତରୀୟ କ୍ରିଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ୧୭ ବର୍ଷରୁ କମରେ ବାଳକ ଓ ବାଳିକା ୨୦୪ ଜଣ ଏବଂ ୧୪ ବର୍ଷରୁ କମ ବାଳକ ଓ ବାଳିକା ୭୩ ଜଣ , ଏହିପରି ମୋଟ ୨୭୭ ଜଣ ବାଳକ ଓ ବାଳିକା ଏହି ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇଥିଲେ। ହାତୀଓଟ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ତଥା ସଂଗଠନ ସମ୍ପାଦକ ଉମାଶାଙ୍କର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କ୍ରୀଡା ପ୍ରତିଯୋଗିତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଇଓ ପିଣ୍ଟୁ ପ୍ରଧାନ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ମୁରଲୀଧର ନନ୍ଦ ଓ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ପ୍ରସନ୍ନ କୁମାର ପ୍ରଧାନ ଯୋଗଦେଇଥିଲେ। ପୋଲସରା ବ୍ଳକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟର ମୋଟ ୩୯ ଜଣ କ୍ରୀଡ଼ା ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ କ୍ରୀଡା ପରିଚାଳନାରେ ସହଯୋଗ କରିଥିଲେ। ଏହି ବ୍ଲକ ସ୍ତରୀୟ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିଥିବା ଖେଳାଳିମାନେ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।

LEAVE A REPLY

Please enter your comment!
Please enter your name here