କ୍ୟାବିନେଟ୍ ବୈଠକ ରେ ୮ଟି ପ୍ରସ୍ତାବ ଉପରେ ଆଲୋଚନା।

0
29

ଭୁବନେଶ୍ଵର, ୧୩/୧୧/୨୦୨୪
ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ଏକ ବୈଠକ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ଶେଷ ହେବା ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ଅବଗତ କରାଇଥିଲେ ।
କ୍ୟାବିନେଟ୍ ବୈଠକରେ ମୋଟ ୮ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା ଏବଂ ସମସ୍ତ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ତନ୍ମଧ୍ୟରେ ୫ ଟି ପ୍ରସ୍ତାବ ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ବିଭାଗ, ଗୋଟିଏ ଜଳସଂପଦ ବିଭାଗ, ଗୋଟିଏ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଅନ୍ୟଟି ସପ୍ତଦଶ ବିଧାନ ସଭାର ଆଗାମୀ ୨ୟ ଅଧିବେଶନ ଅନୁଷ୍ଠିତ ହେବା ସଂପର୍କିତ ପ୍ରସ୍ତାବ ଥିଲା । ଏହି ପ୍ରେସ୍ ବିବୃତ୍ତି ସମୟରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here