ଭୁବନେଶ୍ୱର,୧୦/୧୨/୨୦୨୪: ବିଜେପିର ନୂଆ ସରକାରକୁ ନେଇ ଓଡ଼ିଶାବାସୀଙ୍କ ମନ ଭିତରେ ଉତ୍ସାହପୂର୍ଣ୍ଣ ବାତାବରଣ ସୃଷ୍ଟି ହୋଇଛି । ପ୍ରତିଦିନ ବିଜେପିର ସାଂଗଠନିକ ଶକ୍ତି ବୃଦ୍ଧି ପାଉଛି । ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ଆଜି ସୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବେଲଗୁଣ୍ଠା ପଂଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପ୍ରମିଳା କୁମାରୀ ପ୍ରଧାନ, ବେଲଗୁଣ୍ଠାର ପୂର୍ବତନ ସରପଂଚ ପ୍ରମୋଦ କୁମାର ପ୍ରଧାନ ପ୍ରମୁଖ ବିଜେଡି ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସେମାନଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ ।
ବିଜେପିର ନୀତି ଓ ଆଦର୍ଶରେ ଏବଂ ଯଶସ୍ୱୀ ପଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶମୁଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଇଛନ୍ତି ବୋଲି ଶ୍ରୀମତୀ ପ୍ରଧାନ କହିଛନ୍ତି ।
ଏହି ମିଶ୍ରଣ ପର୍ବରେ ସୋରଡା ବିଧାୟକ ଶ୍ରୀ ନିଳମଣୀ ବିଶୋୟୀ, ସ୍ୱଚ୍ଛ ଭାରତ ଅଭିଯାନ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ଶ୍ରୀ ମହେଶ୍ୱର ମହାନ୍ତି ଓ ଅନ୍ୟ କାର୍ଯ୍ୟକର୍ତାମାନେ ଉପସ୍ଥିତ ଥିଲେ ।