Home ବ୍ରହ୍ମପୁର ସ୍ପେଶାଳ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଆସିକା ସାଂସଦଙ୍କ ଦାବି

କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଆସିକା ସାଂସଦଙ୍କ ଦାବି

0
6

ପୋଲସରା ୨୨/୧୨/୨୪ ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ମଥୁରା ପଞ୍ଚାୟତର ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ନିକଟରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଆସିକା ସାଂସଦ ଅନୀତା ପ୍ରିୟଦର୍ଶିନୀ ପଟ୍ଟନାୟକ ଦିଲ୍ଲୀରେ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ବାସଭବନରେ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦୀର୍ଘ ଦିନ ଧରି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଦାବି ହୋଇ ଆସୁଥିଲେ ମଧ୍ଯ ତାହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ବହୁ ଦିନର ଦାବିକୁ ସାଂସଦ ମହୋଦୟାଙ୍କ ପ୍ରୟାସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଅବଗତ ହୋଇଥିବାରୁ ପୋଲସରାର ବିଭିନ୍ନ ଅନୁଷ୍ଠାନ ଓ ଅଞ୍ଚଳର ଜନସାଧାରଣଙ୍କ ପକ୍ଷରୁ ସ୍ବାଗତ କରିବା ସହ ଆଗାମୀ ଦିନରେ ମାରଦା ମନ୍ଦିର ଠାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବାର ଆଶା କରିଛନ୍ତି।

NO COMMENTS

LEAVE A REPLY

Please enter your comment!
Please enter your name here

error: Content is protected !!