ବୁଗୁଡା, ୭/୧/୨୫ : ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜର ଉଚ୍ଚ ମାଧ୍ୟମିକ ବିଭାଗର +୨ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଜାନୁଆରୀ ୭ ତାରିଖ ଦିନ ଉଦଘାଟିତ ହୋଇଯାଇଛି। ଏହି ଆଠ ଦିନର ଆତ୍ମ ସୁରକ୍ଷା ତାଲିମ ଶିବିରର ପ୍ରଥମ ଦିବସରେ କଲେଜର ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଅଧ୍ୟକ୍ଷତା କରିବା ସହ କାର୍ଯ୍ୟକ୍ରମକୁ ଉଦଘାଟନ କରି ତାଲିମ ଦାତ୍ରୀ ଯେଉଁ ସବୁ କୌଶଳ ବିଷୟରେ ତାଲିମ ଦେବେ ତାହାକୁ ସମସ୍ତ ଛାତ୍ରୀ ଉତ୍ତମ ଭାବେ ଶିକ୍ଷା ଲାଭ କରିବାକୁ ପରାମର୍ଶ ଦେଇଥିଲେ। ଅତିଥି ଭାବେ ଅଧ୍ୟାପକ ଡକ୍ଟର ପ୍ରଦୀପ କୁମାର ଦାଶ ଯୋଗଦେଇ ଆତ୍ମ ସୁରକ୍ଷା ତାଲିମର ଆବଶ୍ୟକତା ବିଷୟରେ ବକ୍ତବ୍ୟ ରଖିଥିଲେ। ଆତ୍ମ ସୁରକ୍ଷା ତାଲିମ ଶିବିରର ସଂଯୋଜିକା ଅଧ୍ୟାପିକା ରଶ୍ମିତା କୁମାରୀ ପଟ୍ଟନାୟକ କାର୍ଯ୍ୟକ୍ରମ ବିଷୟରେ ଛାତ୍ରୀମାନଙ୍କୁ ସୂଚନା ପ୍ରଦାନ କରିଥିଲେ। ମାଷ୍ଟର ଟ୍ରେନର ଭାବେ ସମିତା ଜେନା ଓ ପୂଜା ସ୍ୱାଇଁ ଯୋଗଦେଇ ଜାନୁଆରୀ ୭ ତାରିଖରୁ ଆରମ୍ଭ ହୋଇଥିବା ତାଲିମ ଶିବିରରେ ଛାତ୍ରୀମାନଙ୍କୁ ୮ ଦିନ ପର୍ଯ୍ୟନ୍ତ ଆତ୍ମ ସୁରକ୍ଷାର ବିଭିନ୍ନ କୌଶଳ ବିଷୟରେ ତାଲିମ ପ୍ରଦାନ କରିବେ। ଜାନୁଆରୀ ୧୬ ତାରିଖ ଦିନ ତାଲିମ କାର୍ଯ୍ୟକ୍ରମ ସମାପ୍ତ ହେବ। ଶେଷରେ ସଂଯୋଜିକା ଅଧ୍ୟାପିକା ରଶ୍ମିତା କୁମାରୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।