Home ବ୍ରହ୍ମପୁର ସ୍ପେଶାଳ ଭର୍ଚୁଆଲ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୂତି ଭୂଷଣ ଜେନାଙ୍କ ଦ୍ୱାରା ୯ଟି...

ଭର୍ଚୁଆଲ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୂତି ଭୂଷଣ ଜେନାଙ୍କ ଦ୍ୱାରା ୯ଟି ନୂତନ ମାର୍ଗରେ ୧୩ ଟି ବସ୍ ସେବାର ଶୁଭାରମ୍ଭ

0
6

ଭୁବନେଶ୍ବର, ୧୦/୦୧/୨୦୨୫:

ଓଏସ୍ଆରଟିସି ଦ୍ୱାରା ପରିଚାଳିତ ହେବାକୁ ଥିବା ୯ଟି ନୂତନ ମାର୍ଗରେ ୧୩ଟି ବସ୍ ସେବାର ଶୁଭାରମ୍ଭ ହୋଇଛି । ବାଣିଜ୍ୟ ଓ ପରିବହନ ବିଭାଗର ମନ୍ତ୍ରୀ ଶ୍ରୀଯୁକ୍ତ ବିଭୂତି ଭୂଷଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭର୍ଚୁଆଲ ମୋଡରେ ଏହାର ଶୁଭ ଉଦଘାଟନ କରିଛନ୍ତି ।

ଏହି ନୂତନ ବସ୍ ସେବା ସିଦ୍ଧ ଭୈରବୀ, ଗଣିଆ (କଣ୍ଟିଲୋ), କୋଟପାଡ଼, ଯୋରନ୍ଦା ଏବଂ ପାରଳାଖେମୁଣ୍ଡିକୁ ପୁରୀ ସହ ସଂଯୋଗ କରିବ । ସେହିପରି ଇନ୍ଦ୍ରାବତୀ ଓ ବ୍ରହ୍ମପୁରକୁ ଭୁବନେଶ୍ଵର ସହ, କୁନ୍ଦୁରାକୁ କଟକ ସହ ଏବଂ ବ୍ରହ୍ମପୁରକୁ ରାଉରକେଲା ସହ ସିଧାସଳଖ ସଂଯୋଗ କରିବ । ଏହାଦ୍ୱାରା ଓଡ଼ିଶା ତଥା ଆଭ୍ୟନ୍ତରଣ ଅଞ୍ଚଳରେ ବସବାସ କରୁଥିବା ଲୋକମାନେ ଗମନାଗମନ ପାଇଁ ଏକ ସୁଲଭ ଏବଂ ଆରାମଦାୟକ ସେବା ପାଇପାରିବେ।

ମାନ୍ୟବର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଏହି ଅବସସରେ କହିଛନ୍ତି ଯେ, “ରାଜ୍ୟର ପ୍ରତ୍ୟେକ କୋଣ ଅନୁକୋଣରେ ମୌଳିକ ଜନସାଧାରଣ ପରିବହନ ଭିତ୍ତିଭୂମି ବିକାଶ ସହିତ, ଆମର ଲକ୍ଷ୍ୟ ହେଉଛି ଲୋକଙ୍କ ଜୀବନରେ ଏକ ସକରାତ୍ମକ ପରିବର୍ତ୍ତନ ଆଣିବା, ଯାହାଦ୍ୱାରା ସେମାନେ ରାଜ୍ୟ ସରକାରଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ଏହି ଉକୃଷ୍ଟ ସୁଯୋଗର ସଦୁପଯୋଗ କରିପାରିବେ। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଶିକ୍ଷା, କୃଷି, ଶିଳ୍ପ କ୍ଷେତ୍ରରେ ବିକାଶ କରିବା ଆମର ମୁଖ୍ୟ ଲକ୍ଷ୍ୟ ।”

ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ, ଯୋଗାଣ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପାତ୍ର, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ବିଧାୟକ ନବରଙ୍ଗପୁର, କୋଟପାଡ ଏବଂ ଖଣ୍ଡପଡ଼ା ଉପସ୍ଥିତ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଦିପ୍ତେଶ ପଟ୍ଟନାୟକ ଏବଂ ପରିବହନ କମିଶନ ଅମିତାଭ ଠାକୁରଙ୍କ ସହିଚ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

NO COMMENTS

LEAVE A REPLY

Please enter your comment!
Please enter your name here

error: Content is protected !!