Home ବ୍ରହ୍ମପୁର ସ୍ପେଶାଳ “ବ୍ଳକ କାର୍ଯ୍ୟାଳୟରେ ସାମ୍ବାଦିକ ଙ୍କୁ ମନା” ପ୍ରତିବାଦରେ ଉପଜିଲ୍ଲାପାଳ ଙ୍କୁ ସ୍ମାରକପତ୍ର ପ୍ରଦାନ

“ବ୍ଳକ କାର୍ଯ୍ୟାଳୟରେ ସାମ୍ବାଦିକ ଙ୍କୁ ମନା” ପ୍ରତିବାଦରେ ଉପଜିଲ୍ଲାପାଳ ଙ୍କୁ ସ୍ମାରକପତ୍ର ପ୍ରଦାନ

0
3

ବ୍ରହ୍ମପୁର, ୨୧/୦୧/୨୦୨୫:ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟରେ ସାମ୍ବାଦିକଙ୍କୁ ମନା ନେଇ ଏକ ପୋଷ୍ଟର ଗତକାଲି କାର୍ଯ୍ୟାଳୟରେ ବିଭିନ୍ନ ସ୍ଥାନରେ ଲଗାଯାଇଥିଲା । ଯାହାକୁ ନେଇ ସାମ୍ବାଦିକ ମହଲରେ ଉଦବେଗ ପ୍ରକାଶ ପାଇଛି । ସାନଖେମୁଣ୍ଡି ବିଡ଼ିଓଙ୍କ ଏଭଳି କାର୍ଯ୍ୟକୁ ବ୍ରହ୍ମପୁର ପ୍ରେସ କ୍ଳବ ଦୃଢ଼ ନିନ୍ଦା କରିଛି । ଆଜି କ୍ଲବ ପକ୍ଷରୁ ସମସ୍ତ ବ୍ରହ୍ମପୁର ସାମ୍ବାଦିକ ଏକତ୍ରିତ ହୋଇ ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ତୁରନ୍ତ ଉକ୍ତ ପୋଷ୍ଟରକୁ ସାନଖେମୁଣ୍ଡି ବ୍ଲକ ପରିସରରୁ ହଟାଇବାକୁ ଦାବି କରି ଏକ ଦାବି ପତ୍ର ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ ।ବିଡ଼ିଓ ଜଣକ ଗଣମାଧ୍ୟମର କାର୍ଯ୍ୟରେ ରୋକ ଲଗାଉଥିବା ନେଇ ଅଭିଯୋଗ କରିଛନ୍ତି । ବ୍ଲକ କାର୍ଯ୍ୟାଳୟରେ ଲୋକେ କିଭଳି ସୁବିଧା ପାଉଛନ୍ତି ଓ କଣ ସବୁ ଅସୁବିଧା ରହୁଛି ଏବଂ ବିଭିନ୍ନ କ୍ଷେତ୍ରରେ ହେଉଥିବା ଦୁର୍ନୀତିକୁ ଲୋକଙ୍କ ସାମ୍ନାକୁ ଆଣିବା ନିମନ୍ତେ ଗଣମାଧ୍ୟମ କାମ କରୁଥିବା ବେଳେ ବିଡ଼ିଓ ନିଜର ଦୋଷ ଲୁଚାଇବାକୁ ଏଭଳି ପୋଷ୍ଟର ମାରିଛନ୍ତି ବୋଲି ସାମ୍ବାଦିକ ମାନେ ଅଭିଯୋଗ କରିଛନ୍ତି । ତୁରନ୍ତ ପୋଷ୍ଟର ହଟାଇ ସାମ୍ବାଦିକଙ୍କୁ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ସାମ୍ବାଦିକ ମାନେ ଦାବି କରିଛନ୍ତି ।

NO COMMENTS

LEAVE A REPLY

Please enter your comment!
Please enter your name here

error: Content is protected !!