ଅରଖପୁର ଉ.ପ୍ରା. ବିଦ୍ଯାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ

0
89

ବୁଗୁଡା, ୨୭/୨/୨୫ : ବୁଗୁଡା ବ୍ଳକ ଅନ୍ତର୍ଗତ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଫେବୃଆରୀ ୨୫ ତାରିଖ ଦିନ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସଂଯୁକ୍ତା କୁମାରୀ ଗଉଡଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସରପଞ୍ଚ ମିନତି ମଳିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରମୋଦ ଚନ୍ଦ୍ର ସେନାପତି ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଭଲ ପାଠ ପଢି ସୁନାଗରିକ ହେବାପାଇଁ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଏବିଇଓ ଦ୍ବୟ ଅମିତା କୁମାରୀ ପାଢ଼ୀ ଓ ତପସ୍ଵିନୀ ସାହୁ, ଏସଏମସି ସଭାପତି ପ୍ରଫୁଲ୍ଲ ଗଉଡ, ସିଆରସିସି ବିଶ୍ଵଜିତ ପରିଡ଼ା, ଅନ୍ତରପଡା ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁରେନ୍ଦ୍ର ଜେନା, ଏନପିଏସ ଶିକ୍ଷକ ସଂଘ ସଂପାଦକ ସନାତନ ପ୍ରଧାନ, ସୁନାକେରା ବିଦ୍ୟାଳୟର ଶିକ୍ଷକ ରୁଦ୍ର ପ୍ରସାଦ ବିଶ୍ଵାଳ, ଗ୍ରାମ୍ୟ ଅଧିକାରୀ ଅଶୋକ ମଳିକ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ତରଫରୁ ଆୟୋଜିତ “ଆମ ସଂସ୍କୃତି ଆମ ଖେଳଣା” କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରାଯାଇଥିଲା। ଶିକ୍ଷକ କମଳଲୋଚନ ପାଣିଗ୍ରାହୀ ବାର୍ଷିକ ବିବରଣୀ ପାଠ କରିଥିବାବେଳେ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଶିକ୍ଷକ ମିତ୍ରଭାନୁ ସ୍ଵାଇଁ, ଶ୍ରୀନିବାସ ଆଚାରୀ, ରଶ୍ମିତା ସାହୁ ଏବଂ ସ୍କୁଲ ପରିଚାଳନା କମିଟି ସଦସ୍ୟ ବୃନ୍ଦ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନ କରିଥିଲେ ।ଶେଷରେ ବରିଷ୍ଠ ଶିକ୍ଷକ ସୁଦର୍ଶନ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here