ବୁଗୁଡା ୬/୩/୨୪ : ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମର ବନ୍ଧସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମାର୍ଚ୍ଚ ୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁନି ସାହୁ ଅଧ୍ୟକ୍ଷତା କରିଥିବା ବେଳେ ଏସଏମସି ସଭାପତି ଓଁପାଳ ପ୍ରଧାନ ମୁଖ୍ୟ ଅତିଥି ଓ ମାଣିତରା କ୍ଲଷ୍ଟର ସିଆରସିସି ଶଶିକାନ୍ତ ପାତ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଓ ଶିକ୍ଷୟତ୍ରୀ ବୃନ୍ଦ ଯୋଗଦେଇଥିଲ। ଅତିଥି ମାନେ ଛାତ୍ରଛାତ୍ରୀଙ୍କୁ ଉତ୍ତମ ନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ। ଅତିଥି ବୃନ୍ଦ ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରମାଣ ପତ୍ର ସହ ପୁରସ୍କାର ବଣ୍ଟନ କରିଥିଲେ। ଶିକ୍ଷୟତ୍ରୀ ସୁଚିସ୍ମିତା ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଶିବ ପ୍ରସାଦ ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା।