ସୁବୁଦ୍ଧିପଲ୍ଲୀ ସ୍କୁଲରେ ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି, ଆମ ଖେଳନା

0
7

ବୁଗୁଡା , ୨୦/୩/୨୫ : ବୁଗୁଡ଼ା ବ୍ଲକ ଅନ୍ତର୍ଗତ ସୁବୁଦ୍ଧିପଲ୍ଲୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି, ଆମ ଖେଳନା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସସ୍ମିତା ସ୍ୱାଇଁ ଅଧ୍ୟକ୍ଷତା କରିଥିବା ବେଳେ ଏହି ବିଦ୍ୟାଳୟରୁ ଅବସର ନେଇଥିବା ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ଦାଶ ମୁଖ୍ୟ ଅତିଥି ଏବଂ ରାମଣ୍ଡା କ୍ଲଷ୍ଟରର ସି.ଆର.ସି.ସି. ସୁଶାନ୍ତ କୁମାର ସେଠୀ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ସୁନିତା ଗୌଡ଼, ଡ଼ାକରାବାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ନିରଞ୍ଜନ ଗୌଡ଼, ସୋଲଣ୍ଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶଙ୍କର ଜେନା, ଓ ଠଣାପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗଣେଶ୍ୱର ଦଳେଇ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ବହୁ ଅଭିବାବକଙ୍କ ସହ ଗ୍ରାମବାସୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହା ପରେ ଆମ ସଂସ୍କୃତି ଆମ ଖେଳନା କର୍ମଶାଳାରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ନିର୍ମିତ ବିଭିନ୍ନ ଅଦରକାରୀ ଜିନିଷ ଓ କମଦାମରେ ନିର୍ମିତ ଖେଳନା ପଦର୍ଶିତ କରାଯାଇଥିଲା। ଶେଷରେ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରତାପ କୁମାର ଖାଡ଼ଙ୍ଗା ଧନ୍ୟବାଦ ଅର୍ପଣ କରଥିଲେ।

LEAVE A REPLY

Please enter your comment!
Please enter your name here